3ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,
4“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?
5ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,
6ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’
7ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।”