5ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,
6ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’
7ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।”
8“ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ?
9ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ‘ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ରୌପ୍ୟ-ମୁଦ୍ରାଟି ହଜିଯାଇଥିଲା, ତାହା ପାଇଲି।’