ଲୂକ 16

ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?

Luke 16:12 (UKJV) And if all of you have not been faithful in that which is another man's, who shall give you that which is your own?

10ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।

11ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?

12ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?

13କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”

14ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.