11ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?
12ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?
13କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”
14ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
15ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।