ଲୂକ 16

କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।

Luke 16:17 (UKJV) And it is easier for heaven and earth to pass, than one tittle of the law to fail.

15ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।

16ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି।

17କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।

18ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।”

19“ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.