17କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।
18ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।”
19“ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
20କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,
21ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଁଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ।