19“ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
20କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,
21ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଁଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ।
22କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
23ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା।