23ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା।
24ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’
25କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।
26ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ।’
27ସେଥିରେ ସେ କହିଲେ, ‘ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ,