1ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
2ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।
3ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି।
4ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି।
5ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ।