28କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ।’
29କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।’
30ସେଥିରେ ସେ କହିଲେ, ‘ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ-ପରିବର୍ତ୍ତନ କରିବେ।’
31କିନ୍ତୁ ସେ ତାହାକୁ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।’”