ଲୂକ 16

ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ।

Luke 16:6 (UKJV) And he said, An hundred measures of oil. And he said unto him, Take your bill, and sit down quickly, and write fifty.

4ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି।

5ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ।

6ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ।

7ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’

8ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.