ଲୂକ 16

ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’

Luke 16:7 (UKJV) Then said he to another, And how much owe you? And he said, An hundred measures of wheat. And he said unto him, Take your bill, and write fourscore.

5ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ।

6ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ।

7ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’

8ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।

9ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.