ଲୂକ 17

ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର;

Luke 17:1 (UKJV) Then said he unto the disciples, It is impossible but that offences will come: but woe unto him, through whom they come!

1ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର;

2ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା।

3ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.