8ସେ କଅଣ ବରଂ ତାହାକୁ କହିବ ନାହିଁ, ମୋହର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋହର ସେବା କର, ତାହା ପରେ ତୁ ଖିଆପିଆ କରିବୁ?
9ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ?
10ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ‘ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।’”
11ସେ ଯିରୂଶାଲମ ସହରକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ।
12ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ;