ଲୂକ 17

ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ।

Luke 17:13 (UKJV) And they lifted up their voices, and said, Jesus, Master, have mercy on us.

11ସେ ଯିରୂଶାଲମ ସହରକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ।

12ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ;

13ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ।

14ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।

15କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.