14ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।
15କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,
16ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।
17ସେଥିରେ ଯୀଶୁ ଉତ୍ତର ଦେଲେ, “ଦଶ ଜଣ କଅଣ ଶୁଚି ହେଲେ ନାହିଁ?
18ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?”