ଲୂକ 17

ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?”

Luke 17:18 (UKJV) There are not found that returned to give glory to God, save this stranger.

16ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।

17ସେଥିରେ ଯୀଶୁ ଉତ୍ତର ଦେଲେ, “ଦଶ ଜଣ କଅଣ ଶୁଚି ହେଲେ ନାହିଁ?

18ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?”

19ପୁଣି, ସେ ତାହାକୁ କହିଲେ, “ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”

20ଈଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.