21କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।”
22କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, “ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ।
23ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ।
24କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ।
25ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ।