26ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;
27ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା।
28ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗାଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ,
29କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା।
30ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ।