ଲୂକ 17

ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ।

Luke 17:33 (UKJV) Whosoever shall seek to save his life shall lose it; and whosoever shall lose his life shall preserve it.

31ସେହି ଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ।

32ଲୋଟଙ୍କ ସ୍ତ୍ରୀଙ୍କର କଥା ମନେ ପକାଅ।

33ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ।

34ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।

35ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.