33ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ।
34ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।
35ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।
36[ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।]”
37ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ? ସେ ସେମାନଙ୍କୁ କହିଲେ, “ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ।”