3ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।
4ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।”
5ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।
6ପ୍ରଭୁ କହିଲେ, “ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।”
7“କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ?