5ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।
6ପ୍ରଭୁ କହିଲେ, “ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।”
7“କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ?
8ସେ କଅଣ ବରଂ ତାହାକୁ କହିବ ନାହିଁ, ମୋହର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋହର ସେବା କର, ତାହା ପରେ ତୁ ଖିଆପିଆ କରିବୁ?
9ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ?