11ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ;
12ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’
13କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’
14ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
15ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ।