ଲୂକ 18

ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।

Luke 18:19 (UKJV) And Jesus said unto him, Why call you me good? none is good, save one, that is, God.

17ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”

18ଜଣେ ଯିହୁଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?

19ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।

20ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”

21ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.