1କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
2“ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ।
3ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା।
4ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,