ଲୂକ 18

ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।

Luke 18:21 (UKJV) And he said, All these have I kept from my youth up.

19ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।

20ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”

21ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।

22ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”

23କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.