ଲୂକ 18

କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ।

Luke 18:23 (UKJV) And when he heard this, he was very sorrowful: for he was very rich.

21ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।

22ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”

23କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ।

24ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି!

25କାରଣ ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.