ଲୂକ 18

ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?

Luke 18:26 (UKJV) And they that heard it said, Who then can be saved?

24ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି!

25କାରଣ ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”

26ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?

27କିନ୍ତୁ ସେ କହିଲେ, “ଯାହା ମଣିଷର ଅସମ୍ଭବ, ତାହା ଈଶ୍ବରଙ୍କର ସମ୍ଭବ।”

28ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.