28ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ।
29ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ଗୃହ କିମ୍ବା ସ୍ତ୍ରୀ କିମ୍ବା ଭାଇ କିମ୍ବା ପିତାମାତା କିମ୍ବା ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
30ସେମାନେ ଇହକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ।”
31ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
32କାରଣ ସେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,