ଲୂକ 18

ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା।

Luke 18:36 (UKJV) And hearing the multitude pass by, he asked what it meant.

34କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।

35ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା।

36ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା।

37ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି।

38ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.