36ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା।
37ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି।
38ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।
39ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ।
40ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ,