39ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ।
40ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ,
41“ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି।
42ଯୀଶୁ ତାହାକୁ କହିଲେ, “ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”
43ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ବରଙ୍କ ପ୍ରଶଂସା କଲେ।