ଲୂକ 18

ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ।

Luke 18:6 (UKJV) And the Lord said, Hear what the unjust judge says.

4ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,

5ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’”

6ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ।

7ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?

8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.