6ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ।
7ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?
8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”
9ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
10“ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ।