7ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?
8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”
9ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
10“ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ।
11ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ;