9ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;
10କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”
11ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ।
12ଏଣୁ ସେ କହିଲେ, “ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ।
13ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର।