12ଏଣୁ ସେ କହିଲେ, “ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ।
13ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର।
14କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।
15ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।
16ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି।