15ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।
16ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି।
17ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।
18ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ପାଞ୍ଚୋଟି ମୋହର ଲାଭ କରିଅଛି।
19ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।