18ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ପାଞ୍ଚୋଟି ମୋହର ଲାଭ କରିଅଛି।
19ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।
20ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;
21କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।
22ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?