22ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?
23ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି।
24ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ନେଇଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ।
25ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୋହର ଅଛି।
26‘ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ। କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।