26‘ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ। କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
27କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”
28ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ।
29ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
30“ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।