1ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ।
2ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ।
3ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ।
4ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା।
5ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।”