28ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ।
29ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
30“ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।
31ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’”
32ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ।