ଲୂକ 19

ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’”

Luke 19:31 (UKJV) And if any man ask you, Why do all of you loose him? thus shall all of you say unto him, Because the Lord has need of him.

29ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍‌ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,

30“ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।

31ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’”

32ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ।

33ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.