30“ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।
31ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’”
32ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ।
33ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?
34ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।