37ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚସ୍ୱର କରି ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
38ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।
39ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ।
40ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”
41ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,