39ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ।
40ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”
41ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
42“ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।
43ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,