42“ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।
43ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,
44ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”
45ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀମାନଙ୍କୁ ବାହାର କରିବାକୁ ଲାଗିଲେ,
46“ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।”