7ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।
8କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
9ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;
10କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”
11ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ।